ଟିଟିଲାଗଡ – (ସଞ୍ଜୟ କୁମାର ନାୟକ) ଅକ୍ଟୋବର ଦୁଇ ତାରିଖକୁ ଦେଶ ବ୍ୟାପି ଜାତିର ଜନକ ମହାତ୍ମାଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କ ପବିତ୍ର ଜନ୍ମ ଦିବସ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ପାଳିତ ହୋଇଯାଇଅଛି। ଏହି ଅବସରରେ ଟିଟିଲାଗଡ଼ ବିଧାୟକ ଶ୍ରୀଯୁକ୍ତ ନବୀନ ଜୈନ ମୂଖ୍ୟ ଅତିଥି, ସମ୍ମାନିତ ଅତିଥି ଭାବେ ଟିଟିଲାଗଡ଼ ଉପଜିଲ୍ଲାପାଳ ଶ୍ରୀଯୁକ୍ତ ରିହାନ ଖତ୍ରୀ, ପୌର ପରିଷଦର ଅଧ୍ୟକ୍ଷା ଶ୍ରୀମତି ମମତା ଦେବୀ ଜୈନ ଯୋଗ ଦେଇଥିଲେ। ଏହି ଦିବସରେ ପୌର ପରିଷଦ ଦ୍ବାରା ଆୟୋଜିତ ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ଏଥିରେ ଯୋଗ ଦେଇ ସ୍ବଚ୍ଛତା ଅଭିଯାନରେ ସାମିଲ ହୋଇଥିଲେ। ତାପରେ ସ୍ଥାନୀୟ କଲ୍ୟାଣ ମଣ୍ଡପ ଠାରେ ଗାନ୍ଧି ଓ ଶାସ୍ତ୍ରୀଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କରି ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା। ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀ ମାନଙ୍କ ଦ୍ଵାରା ଗାନ୍ଧୀ ଭଜନ ପରିବେଷଣ କରିବା ପରେ ହିନ୍ଦୁ, ମୁସଲମାନ, ଖ୍ରୀଷ୍ଟିଆନ ଓ ଜୈନ ଧର୍ମର ପ୍ରବକ୍ତା ମାନେ ବକ୍ତବ୍ୟ ପ୍ରଦାନ କରିଥିଲେ। ଏହା ପରେ ପ୍ରତିଯୋଗିତାରେ କୃତି ଛାତ୍ର ଛାତ୍ରୀ ମାନଙ୍କୁ ଅତିଥି ମାନେ ପୁରସ୍କୃତ କରିଥିଲେ। ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିବା ପରେ ଉଦଯାପନୀ ଭଜନ ବୈଷ୍ଣବ ଜନକେ ପରିବେଷଣ କରି ସଭା କାର୍ଯ୍ୟ ସମ୍ପନ୍ନ ହୋଇଥିଲା।