ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବଙ୍କ ସମ୍ପର୍କୀୟ ଝିଅ-ଜୋଇଁର ପରିଚୟ ଦେଇ ଠକୁଥିବା ହଂସିତା ଅଭିଲିପ୍ସାଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବଙ୍କ ସମ୍ପର୍କୀୟ ଝିଅ-ଜୋଇଁର ପରିଚୟ ଦେଇ ଠକୁଥିବା ଅନିଲ ମହାନ୍ତି ଓ ହଂସିତା ଅଭିଲିପ୍ସାଙ୍କ ମଧ୍ୟରୁ ହଂସିତା ଅଭିଲିପ୍ସାଙ୍କ ଘରେ ଆଜି ଆୟକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଉଛି। ଭୁବନେଶ୍ବର ସମେତ ୧୨ଟି ସ୍ଥାନରେ ଏକକାଳୀନ ଚଢ଼ାଉ ହେଉଥିବାର ସୂଚନା ରହିଛି। ଘର, ଅଫିସ ସମେତ ଆକାଉଣ୍ଟ ଟ୍ରାଞ୍ଜାକ୍ସରର ଚାଲିଛି ଖୋଳତାଡ଼। ଏଣେ ଇଡି(ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ବି ଚଢ଼ାଉ କରିବାକୁ ପ୍ରସ୍ତୁତ ହେଉଥିବାର ସୂଚନା ମିଳିଛି।

ସୂଚନାଯୋଗ୍ୟ, ପୁଲିସ ଠକ ଯୋଡ଼ିଙ୍କ କଳା ସାମ୍ରାଜ୍ୟର ଗୁମର ଫିଟାଇବାକୁ ପଦକ୍ଷେପ ନେଉଛି।ଉଭୟଙ୍କୁ ପୁଲିସ ଗିରଫ କରିଥିଲା। ହଂସିତା ବିବାହିତା ହୋଇଥିଲେ ହେଁ ସ୍ବାମୀଙ୍କଠାରୁ ଦୂରରେ ରହୁଥିଲେ। ସେହିଭଳି ଅନୀଲ ତାଙ୍କ ସ୍ତ୍ରୀ ଓ ପିଲାମାନଙ୍କୁ ଛାଡ଼ି ଅଲଗା ରହୁଥିଲେ। ରାଜଧାନୀର ପଟିଆ ରଘୁନାଥନଗର ଅଞ୍ଚଳର ଏକ ଦାମୀ ଆପାର୍ଟମେଣ୍ଟରେ ସୁଦୃଶ୍ୟ ଫ୍ଲାଟ୍ରେ ଏମାନେ ଦମ୍ପତି ପରିଚୟରେ ରହୁଥିଲେ। ଦାମୀ ଗାଡ଼ି, ଦାମୀ ଫ୍ଲାଟ୍ ଓ ଦାମୀ ଚଳଣିରେ ପ୍ରଚୁର ଅର୍ଥ ଉଡ଼ାଉଥିଲେ। ପୂର୍ବରୁ ଅନୀଲ୍ ୟୁନିଟ୍-୮ ଅଞ୍ଚଳରେ ଏକ ଗାଙ୍ଗୁରାମ ସୁଇଟ୍ସ ଦୋକାନ କରିଥିଲେ। କିନ୍ତୁ ହଂସିତାଙ୍କ ସଂସ୍ପର୍ଶରେ ଆସିବା ପରଠୁ ସେ କୋଟିପତି ପାଲଟିଗଲେ। ସ୍ବେଚ୍ଛାସେବୀ ସଂଗଠନଗୁଡ଼ିକୁ ସିଏସ୍ଆର୍ ପାଣ୍ଠି ଯୋଗାଇବା ପାଇଁ ଏହି ଠକ ଯୋଡ଼ି ୨୦ ପ୍ରତିଶତରୁ ଅଧିକ କମିସନ ଦାବି କରୁଥିଲେ। ସେଥିରେ ପୁଣି ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପିକେ ମିଶ୍ରଙ୍କ ସମ୍ପର୍କୀୟ ଝିଅ-ଜୋଇଁ ପରିଚୟ ଦେବା ଥିଲା ବଡ଼ ପ୍ରସଙ୍ଗ। ଏହି ସମ୍ପର୍କ ନକଲି ବୋଲି ପୁଲିସ ଜାଣିବାକୁ ପାଇଛି।

 

Aei Odisha

Related Posts

ପଞ୍ଚାୟତ ସମିତି କଳାହାଣ୍ଡି ଉତ୍ସଵ ଘୁମୁରା ପାଳିତ

ଧର୍ମଗଡ଼ ୮/୨(ହେମନ୍ତ କୁମାର ମାଝୀ)କଳାହାଣ୍ଡି ଜିଲ୍ଲା ଧର୍ମଗଡ ବ୍ଲକ ପ୍ରାଙ୍ଗଣ ଠାରେ ବ୍ଲକ ସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ପାଳିତ ହୋଇ ଯାଇଛି |ପ୍ରତିବର୍ଷ ଭଲି ଚଳିତବର୍ଷ ମଧ୍ୟ କଲାହାଣ୍ଡି ଉତ୍ସବ ଘୁମୁରା ୨୦୨୫ ଧର୍ମଗଡବ୍ଲକ ଠାରେ ପାଳିତ ହୋଇଯାଇଛି ।ଆଜି…

ଜିଲ୍ଲା ସ୍ତରୀୟ ରେଡକ୍ରସ୍ ଶିକ୍ଷା ଓ ତାଲିମ୍ ଶିବିର ଉଦ୍ଘାଟିତ

ନବରଙ୍ଗପୁର ତା ୮/୧(ବେଣୁ ଗୋପାଳ ରାଓ)ସହରସ୍ଥିତ ରାଜା ଚୈତନ୍ୟ ଦେବ ଉଚ୍ଚ ବିଦ୍ୟାଳୟ ଠାରେ ସପ୍ତମ ଜିଲ୍ଲା ସ୍ତରୀୟ ରେଡ୍କ୍ରସ ଶିକ୍ଷା ଓ ତାଲିମ ଶିବିର ଉଦ୍ଘାଟିତ ହୋଇଯାଇଛି। ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଛତ୍ରପତି ସାହୁ ଙ୍କ ସଭାପତିତ୍ବ ରେ…