
ଧର୍ମଗଡ଼ : ୨୪/୧(ହେମନ୍ତ କୁମାର ମାଝୀ)କଳାହାଣ୍ଡି ଜିଲ୍ଲା ଧର୍ମଗଡ ବ୍ଲକ ଗଡିଆ ଜୋର୍ ଠାରେ ବ୍ଲକ ପ୍ରଶାସନ ତରଫରୁ ପଞ୍ଚାୟତ ସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ର ଶୁଭାରମ୍ଭ ହୋଇଛି l
ଗ୍ରାମାଞ୍ଚଳ ରେ ଭିତ୍ତି ଭୂମିର ବିକାଶ ପାଇଁ ରାଜ୍ୟ ସରକାର ଙ୍କ ପ୍ରୟାସ ଏହି କାର୍ଯ୍ୟକ୍ରମ ର ମୂଳ ଉଦ୍ଦେଶ୍ୟ ହୋଇ ଥିବା ବେଳେ ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ବବିତା ପଟ୍ଟ ଯୋଶୀ, ସମ୍ମାନିତ ଅତିଥି ଭାବେ ଗୋଷ୍ଟି ଉନ୍ନୟନ ଅଧିକାରୀ ଡ ହିମାଞ୍ଚଳ ମାଝୀ, ଜିଲ୍ଲା ପରିଷଦ ସଭ୍ୟ ଶଙ୍କର ଯୁଏ ଡ ସମେତ ବିଭିନ୍ନ ପଞ୍ଚାୟତ ର ସରପଞ୍ଚ ଯୋଗ ଦେଇଥିଲେ l
ଏହି କାର୍ଯ୍ୟକ୍ରମ ରେ ରାଜ୍ୟ ସରକାର ଙ୍କ ୨୧ ଟି ବିଭାଗ ର ବିଭିନ୍ନ ଷ୍ଟଲ ସାଙ୍ଗକୁ ଲୋକଙ୍କୁ ସଚେତନ ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ର ସାଂସ୍କୃତିକ କାର୍ଯ୍ୟକ୍ରମ ଜରିଆ ରେ ସଚେତନ କରାଯାଇଥିଲା l