ହରଭଙ୍ଗା : (ଚିତ୍ତରଞ୍ଜନସିଂ)ବୌଦ୍ଧର ନୂତନ ଜିଲ୍ଲାପାଳ ଭାବେ ଭାରତୀୟ ପ୍ରଶାସନିକ ସେବାର ଅଧିକାରୀ ଜେ. ସୋନାଲ ଦାୟିତ୍ୱ ଗ୍ରହଣ କରିଛନ୍ତି । ବିଦାୟୀ ଜିଲ୍ଲାପାଳ ନୃସିିଂହ ଚରଣ ସ୍ୱାଇଁଙ୍କ ଠାରୁ ଦାୟିତ୍ୱ ଗ୍ରହଣ ପରେ ଶ୍ରୀ ସୋନାଲ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବିଭିନ୍ନ୍‌ ବିଭାଗ ବୁଲି ଦେଖିଥିଲେ । ସେହିପରି ମହାନଦୀ ବିହାର ପାର୍କ, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଥିବା ମିଶନ୍‌ ଶକ୍ତି କାଫେ, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ମହାନଦୀ ଆଳତୀ ଘାଟ ମଧ୍ୟ ବୁଲି ଦେଖିଥିଲେ ।

ଜିଲ୍ଲାପାଳଙ୍କ ପରିଦର୍ଶନ ସମୟରେ ଅତିରିକ୍ତ ଜିଲ୍ଲାପାଳ ଦାରିଦ୍ର୍ୟ ଭଞ୍ଜନ ମଦନ ମୋହନ ପାତ୍ର, ଉପ ଜିଲ୍ଲାପାଳ ରବିନ୍ଦ୍ର ନାଥ କହଁର ଓ ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ । ଜିଲ୍ଲାପାଳଙ୍କ ଯୋଗଦାନ ପରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀ ମାନେ ସ୍ୱାଗତ କରିଥିଲେ । ଏହା ପୂର୍ବରୁ ଶ୍ରୀ ସୋନାଲ ବ୍ରହ୍ମପୁର ମ୍ୟୁନିସିପାଲ କର୍ପୋରେସନ କମିଶନର ଭାବେ କାର୍ଯ୍ୟ କରୁଥିଲେ । ବିଦାୟୀ ଜିଲ୍ଲାପାଳ ଶ୍ରୀ ସ୍ୱାଇଁ ଓଡିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ସ୍ୱତନ୍ତ୍ର ସଚିବ ଭାବେ ବଦଳି ହୋଇଛନ୍ତି ।