
ମୁନିଗୁଡା:୨୫।୧୦ (ରମାକାନ୍ତ ପଡାଲ)ଭାରତୀୟ ରିଜର୍ଭ ବ୍ୟାଙ୍କ୍ ର ସହାୟତା ତଥା ସାଧନ ନୂଆଦିଲ୍ଲୀ ଓ ସମ୍ପର୍କ ଫିନ୍ ସର୍ଭିସେସ୍ ଭୁବନେଶ୍ୱର ର ମିଳିତ ସହଯୋଗ ରେ ମୁନିଗୁଡା ବ୍ଲକ ର ଶିବପଦର ଗ୍ରାମ ପଞ୍ଚାୟତ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ଠାରେ ଏକ ଆର୍ଥିକ ସାକ୍ଷରତା ଏବଂ ଜମାକାରୀ ଶିକ୍ଷା ଓ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇ ଯାଇଛି। ମୁଖ୍ୟ ଅତିଥି ଭାବେ ସରପଞ୍ଚ ପ୍ରକାଶ କରସିକା ସିବପଦର ଗ୍ରାମପଞ୍ଚାୟତ , ଶ୍ରୀଯୁକ୍ତ G. ରବି କୁମାର, ଏଡିଇଓ, ଶକ୍ତିମୟୀ ଫାଉଣ୍ଡେସନ ର ବୋର୍ଡ ମେମ୍ବର ସାବିତ୍ରୀ ସଲକିଆ , ସୁବାସ ସଲେକିଆ, ସୁପରଭାଇଯାର ହର୍ଷାଟ୍ରଷ୍ଟ ମୁନିଗୁଡା ଓ ମହାଶକ୍ତି ଫାଉଣ୍ଡେସନ ର ପ୍ରତିଷ୍ଠାତା ସଦସ୍ୟ ତଥା ତାଲିମ ଦାତା ପ୍ରକାଶ ଚନ୍ଦ୍ର ସାହୁ ପ୍ରମୁଖ ଉଦ୍ ଘାଟନ କରିଥିଲେ।
ଏହି କର୍ମଶାଳା ରେ ସ୍ଵୟଂ ସହାୟକ ଗୋଷ୍ଠୀ ର ସଦସ୍ୟା ମାନେ ବିଭିନ୍ନ ବ୍ୟାଙ୍କ୍ ଓ ଆର୍ଥିକ ଅନୁଷ୍ଠାନ ରୁ ପାଇଥିବା ଋଣ ର ଉଚିତ୍ ବିନିଯୋଗ, ବ୍ୟବସାୟ ପାଇଁ ଆବଶ୍ୟକତା ଅନୁଯାୟୀ ଋଣ ଦରଖାସ୍ତ, ରୋଜଗାର ଭିତ୍ତିକ ବ୍ୟବସାୟ ର ଆୟ ରୁ ଋଣ କିସ୍ତି ଫେରସ୍ତ ତଥା ଅତ୍ୟଧିକ ଋଣ ଭାରଗ୍ରସ୍ତ ନହେବା ଇତ୍ୟାଦି ବିଷୟରେ ବିଶଦ ଭାବେ ଆଲୋଚନା କରାଯାଇଥିଲା।କର୍ମଶାଳାରେ ଡିଜିଟାଲ ମାଧ୍ୟମରେ ଟଙ୍କା ଆଦାନ ପ୍ରଦାନ କରୁଥିଲେ ଆବଶ୍ୟକ ସତର୍କତା ର ବିଭିନ୍ନ ଦିଗ ବିଷୟରେ ସମ୍ବଳ ବ୍ୟକ୍ତି ମାନେ ଅଂଶ ଗ୍ରହଣ କାରୀ ମାନଙ୍କୁ ବୁଝାଇଥିଲେ ।
ବିଭିନ୍ନ ଅଜଣା ନମ୍ବର ରୁ ଆସୁଥିବା ଫୋନ୍ ରେ ନିଜର କୌଣସି ଗୋପନୀୟ ତଥ୍ୟ ନ ଦେବାପାଇଁ ସୂଚନା ଦିଆଯାଇଥିଲା ।ପରିବାର ର ବାର୍ଷିକ ଆୟ ଓ ବ୍ୟୟ ଅଟକଳ ଯୋଜନା କରି ଆୟ ଅନୁଯାୟୀ ବ୍ୟୟ କଲେ ହିଁ ପରିବାର ର ଆର୍ଥିକ ସ୍ଥିତି ସୁଦୃଢ ହୋଇ ପାରିବ। ଭବିଷ୍ୟତ ରେ ହେବାକୁ ଥିବା ବିଭିନ୍ନ ଖର୍ଚ୍ଚ କୁ ଆକଳନ କରି ପରିବାର କୁ ଠିକ୍ ଭାବେ ପରିଚାଳନା କରିପାରିବେ ।କାର୍ଯ୍ୟକ୍ରମରେ ପ୍ରକାଶ ଚନ୍ଦ୍ର ସାହୁ ଓ ପିଟର ଚାନ୍ଦ ପାଣିଗ୍ରାହୀ ଯୋଗ ଦେଇ ତାଲିମ୍ ପ୍ରଦାନ କରିଥିଲେ ।ପିଟର ଚାନ୍ଦ ପାଣିଗ୍ରାହୀ, ଜୋସ୍ନା, ଶକ୍ତିମୟୀ ଫାଉଣ୍ଡେସନ ଏବଂ ସଖୀ ପ୍ରକଳପ ର କର୍ମୀ ଓ ଗ୍ରାମ ପଞ୍ଚାୟତ ର କର୍ମକର୍ତ୍ତା କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ।ଏହି କର୍ମଶାଳା ରେ ମିଶନ ଶକ୍ତି ଗୋଷ୍ଠୀ ସହାୟିକା,ଶକ୍ତିମୟୀ ଫାଉଣ୍ଡେସନ ର ସ୍ଵୟଂ ସହାୟକ ଗୋଷ୍ଠୀ,ଚାଷୀ ଓ ମିଳିତ ଉତ୍ତର ଦାୟୀ ଗୋଷ୍ଠୀ ରୁ ୬୫ଜଣ ସଦସ୍ୟା / ସଦସ୍ୟ ଅଂଶ ଗ୍ରହଣ କରିଥିଲେ।