ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗଭୀର ଅବପାତରେ ପରିଣତ ହୋଇଛି । ଏହା ଉତ୍ତର କିମ୍ବା ଉତ୍ତର-ପୂର୍ବ ଦିଗକୁ ଗତିକରି ଶନିବାର ଓଡ଼ିଶା ଉପକୂଳ ମୁହାଁ ହେବାରସମ୍ଭାବନା ରହିଛି । ଶନିବାର ଦିନ ସକାଳ ସୁଦ୍ଧା ଉତ୍ତର ଓଡ଼ିଶା ଉପକୂଳ ପାଶ୍ୱର୍ବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳରେ ପହଞ୍ଚିବାର ସମ୍ଭାବନା ରହିଛି ।

ରାଜ୍ୟରେ ଶନିବାର ପର୍ଯ୍ୟନ୍ତ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକର କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଏବଂ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅନୁମାନ କରାଯାଇଛି । ସେଥିପାଇଁ ଏହି ସମୟ ମଧ୍ୟରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି।