ବଲାଙ୍ଗିର : (ନରେନ୍ଦ୍ର ନେଗୀ)ଆଭାସୀ ମାଧ୍ୟମରେ ବଲାଙ୍ଗିର ରେ ଆରମ୍ଭ ହୋଇଛି ସଚେତନତା କାର୍ଯ୍ୟକ୍ରମ | ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଏହି କାର୍ଯ୍ୟକ୍ରମ ର ଉଦଘାଟନ କରିଛନ୍ତି | ସୂଚନା , ଶିକ୍ଷା , ଯୋଗାଯୋଗ କାର୍ଯ୍ୟକ୍ରମ ଆଧାରରେ ଲୋକକଳା ର ପ୍ରୟୋଗ କିପରି କରାଯିବ ଏବଂ କଳା ର ଉର୍ନ୍ନତି ହେବ ବୋଲି କହିଥିଲେ | ଏହା ଦ୍ୱାରା ଲୋକକଳା , କଳାକାର ତଥା କଳା ମାଧ୍ୟମରେ ସରକାରୀ ଯୋଜନା ସଂପର୍କରେ ସଚେତନ ହେଉଥିବା ଜନତାଙ୍କ ପାଇଁ ସୁନ୍ଦର ପଦକ୍ଷେପ ସାବ୍ୟସ୍ତ ହେବ ବୋଲି ସେ କହିଥିଲେ |

ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଲମ୍ବୋଦର ଧରୁଆ , ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ ) ଶ୍ରୀ ମହେନ୍ଦ୍ର ମହାପାତ୍ର , ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ସୁଶାନ୍ତ ସିଂ , ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ରଶ୍ମି ରଞ୍ଜନ ମିଶ୍ର , ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ କୁବେର ଚନ୍ଦ୍ର ମହନ୍ତ , ଜିଲ୍ଲା କ୍ରୀଡା ଅଧିକାରୀ ପରାଶର ବାଗ , ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଲୀଳାବତୀ ନାଗ , ଜିଲ୍ଲା ଶିକ୍ଷାଧିକାରୀ. ପ୍ରମୁଖ ଉପସ୍ଥିତ ଥିଲେ |

ସୂଚନା,ଶିକ୍ଷା, ଯୋଗାଯୋଗ ଆଧାରରେ ଲୋକ କଳା ପରିବେଷଣ କରି ଲୋକଙ୍କୁ କେମିତି ଅବଗତ କରିହେବା ସହ ଆଗାମୀ ଦିନରେ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା କୁ ଲୋକଙ୍କ ପାଖରେ କଳାକାର ମାନେ କିପରି ପହଞ୍ଚେଇବେ ସେ ବିଷୟରେ କାର୍ଯ୍ୟକ୍ରମ ରେ ଆଲୋଚନା ହୋଇଥିଲା | ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମି ରଞ୍ଜନ ମିଶ୍ର ତାଲିମ କାର୍ଯ୍ୟକ୍ରମ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ।